ଆଜିଠୁ ୨୮ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କତା ଜରି କରିଛି । ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।

ତେବେ ଆଜି ପାଇଁ ୩ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବରକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ୩ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ପବନ ବହିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଏପରିକି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଏବଂ ୩୦ରୁ ୪୦ କିଲୋମିଟର ପବନ ବହିବା ନେଇ ୯ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହୁଛି ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି।

Leave a Reply

Your email address will not be published. Required fields are marked *