ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମହାପ୍ରଭୁଙ୍କ ପହଣ୍ଡି ଦର୍ଶନ କରିଛନ୍ତି । ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଗଜେନ୍ଦ୍ର ସିଂ ଶେଖାୱତ ପୁରୀ ସିଂହଦ୍ଵାର ଠାରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ରଥଯାତ୍ରାର ସ୍ୱତନ୍ତ୍ର ସଂଖ୍ୟା ଉତ୍କଳ ପ୍ରସଙ୍ଗ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ବିଜେପିର ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ପୁରୀ ସାଂସଦ ଡଃ ସମ୍ବିତ ପାତ୍ର ମଧ୍ୟ ଉପସ୍ଥିତ ଥିଲେ । ଏହି ଅବସରରେ ପୁରୀରେ ରଥଯାତ୍ରାକୁ ଶୃଙ୍ଖଳିତ କରିବା ସହ ଭିଡକୁ ନିୟନ୍ତ୍ରଣ କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟବସ୍ଥା କରାଯାଇଥିବା “ଇଣ୍ଟିଗ୍ରେଟେଡ୍ କମାଣ୍ଡ୍ ଆଣ୍ଡ୍ କଣ୍ଟ୍ରୋଲ ସେଣ୍ଟର”କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଲି ଦେଖିଛନ୍ତି । Post navigation ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ରଥଯାତ୍ରା ଅବସରରେ ପୁରୀ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ମାଝୀ, ଧର୍ମେନ୍ଦ୍ର ପ୍ରଧାନ