naveen Patnaik expresses anguish over delay in Ratha Jatra
ରଥଟଣା ବିଳମ୍ବକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣାରେ ଅତ୍ୟଧିକ ବିଳମ୍ବ ହେବାରୁ ନବୀନ କ୍ଷୋଭ ପ୍ରକାଶ କରିଛନ୍ତି ।
 
ସେ କହିଛନ୍ତି, ଆମେ ବିଳମ୍ବ ପାଇଁ ପ୍ରଶାସନକୁ ଦୋଷାରୋପ କିମ୍ବା ଅଙ୍ଗୁଳି ନିର୍ଦ୍ଦେଶ କରୁନୁ କିନ୍ତୁ ଆମ ରାଜ୍ୟର ତଥା କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଏହି ପବିତ୍ର ଉତ୍ସବରେ ଯେଉଁ ଅଘଟଣ ଘଟିଛି, ତାହା ଅଗଣିତ ଶ୍ରଦ୍ଧାଳୁଙ୍କୁ ମର୍ମାହତ କରିଛି । ଗତ ବର୍ଷ ଆଡ଼ପ ପହଣ୍ଡି ବିଜେ ସମୟରେ ଭଗବାନ ବଳଭଦ୍ର ପଡ଼ିଯିବା ଘଟଣାକୁ ଏଯାଏଁ ଆମେ କେହି ଭୁଲି ପାରୁନାହୁଁ ବୋଲି ସେ କହିଛନ୍ତି ।
 
ସମସ୍ତେ ଦେଖିଲେ ନନ୍ଦିଘୋଷ ରଥ ସିଂହଦ୍ୱାର ସାମ୍ନାରେ ସନ୍ଧ୍ୟା ୭:୪୫ ପର୍ଯ୍ୟନ୍ତ ଅଟକି ରହିଥିଲା ଏବଂ ଦିନ ଶେଷ ହେବା ପୂର୍ବରୁ ମାତ୍ର କିଛି ମିଟର୍ ଗଡ଼େଇ ଦିଆଗଲା । ଲକ୍ଷ ଲକ୍ଷ ଭକ୍ତଙ୍କୁ ଏହି ଘଟଣା ସମ୍ପୂର୍ଣ୍ଣ ନିରାଶ ଓ ହତାଶ କରିଛି ବୋଲି ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଛନ୍ତି ।
 
ଦୁର୍ବଳ ଭିଡ଼ ପରିଚାଳନା ଯୋଗୁଁ ଶହ ଶହ ଭକ୍ତ ମଧ୍ୟ ଆହତ ହୋଇଛନ୍ତି । ରଥଯାତ୍ରାରେ ହୋଇଥିବା ବିଭ୍ରାଟ ତଥା ବିଶୃଙ୍ଖଳା ପାଇଁ ଦାୟୀ ସମସ୍ତଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥ କ୍ଷମା କରନ୍ତୁ ବୋଲି ନବୀନ କହିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *