ଆଜିଠୁ ଆସନ୍ତା ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା। ଦକ୍ଷିଣ-ପଶ୍ଚମ ବାଂଲାଦେଶ ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ। ପରବର୍ତ୍ତୀ ସମୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶା, ଝାଡଖଣ୍ଡ ଦେଇ ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହା ଫଳରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ଆଜି ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦେଇଛି।

ଅନ୍ୟପଟେ ଆଜି ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୩୦ ତାରିଖ ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଏବଂ ୩ ଜିଳ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି। ଆଜି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି ହୋଇଛି । ଏହା ସହ ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତିରେ ଘଡଘଡି ସହ ବର୍ଷା ସମ୍ଭାବନା ଅଛି ।  ତେବେ ସମୁଦ୍ର ଅଶାନ୍ତ ରହୁଥିବାରୁ ୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Leave a Reply

Your email address will not be published. Required fields are marked *