ମୟୁରଭଞ୍ଜ ଜିଲ୍ଲାରେ ଜାରି ରହିଛି ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡଘଡି ବିଜୁଳି । ଏହାର ପ୍ରଭାବ ବଢିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ଆଜି ମୟୁରଭଞ୍ଜ ଜିଲ୍ଲାରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ। ଏଥିସହିତ ଜିଲ୍ଲାରେ ୩ ଦିନ ବନ୍ଦ ରହିବ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର । ଏ ନେଇ ସମସ୍ତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲାପାଳ ହେମକାନ୍ତ ସୟ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଆଜିଠାରୁ ସୋମବାର,ମଙ୍ଗଳବାର ଓ ବୁଧବାର ୩ ଦିନ ପର୍ଯ୍ୟନ୍ତ ଅଙ୍ଗନବାଡି ଓ ଦିନକ ପାଇଁ ସ୍କୁଲ ବନ୍ଦ ରହିବ ବୋଲି ସୂଚନା ଜାରି କରାଯାଇଛି। ତେବେ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାରେ ଜିଲ୍ଲାପାଳଙ୍କ ଦ୍ୱାରା ସମସ୍ତ ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଛି। Post navigation ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ପୋଲିସ୍ ପରିଚାଳନା ଦାୟିତ୍ୱ ଆଡ଼ପ ମଣ୍ଡପରେ ତିନି ଦିଅଁ; ଆଜି ବନକଲାଗି ନୀତି