ଆଡ଼ପ ମଣ୍ଡପରେ ତିନି ଦିଅଁ । ଜନ୍ମବେଦୀରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା । ଏହା ସହ ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି । ବନକଲାଗି ନୀତି ଯୋଗୁଁ ଆଜି ୫ ଘଣ୍ଟା ଦର୍ଶନ ବନ୍ଦ । ରାତି ୯ରୁ ୨ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ଦର୍ଶନ ବନ୍ଦ ରହିଥାଏ। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ତେବେ ବନକଲାଗି ନୀତି ଶେଷ ହେବା ପରେ ଅର୍ଥାତ୍ ରାତି ୨ ଟା ପରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଆଜି ଭକ୍ତ ମାନେ ଆଡପ ଅବଢ଼ା ପାଇବେ। ସୁଆର ମହାସୁଆର ନିଯୋଗ ପକ୍ଷରୁ ଭକ୍ତଙ୍କ ଲାଗି ଆଡପ ଅବଢ଼ାର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। Post navigation ପ୍ରବଳ ବର୍ଷା ପାଇଁ ମୟୁରଭଞ୍ଜ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡି କେନ୍ଦ୍ର ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଓ ଜଳ ଛାୟା ଯୁଗ୍ମ ନିର୍ଦ୍ଦେଶକ