ସମ୍ପନ୍ନ ହେଲା ଚଳିତ ବର୍ଷର ଘୋଷଯାତ୍ରା । ଜନ୍ମବେଦୀରୁ ରତ୍ନବେଦୀକୁ ଫେରିଲେ ଚତୁର୍ଦ୍ଧାମୂର୍ତ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହିତ ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡ଼ା ବିଜେ କରିଛନ୍ତି ।
 
ପ୍ରଥମେ ଗୋଟି ପହଣ୍ଡିରେ ଯାଇ ସୂଦର୍ଶନ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରା ଶ୍ରୀମନ୍ଦିରକୁ ବିଜେ କରିଥିଲେ । ପରେ ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସିଂହଦ୍ୱାରରେ ଅଟକାଇଥିଲେ ଦେବୀ ମହାଲକ୍ଷ୍ମୀ । ରସଗୋଲା ଦେଇ ମାଆ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବା ପରେ ମହାପ୍ରଭୁ ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ ।
 
ବୁଧବାରଦିନ ଠାରୁ ଭକ୍ତଙ୍କୁ ଶ୍ରୀମନ୍ଦିରରେ ତିନି ଠାକୁର ଦର୍ଶନ ଦେବେ । ଆଜିଠାରୁ ଭକ୍ତମାନେ ନୀଳାଚଳ ଅବଢ଼ା ପାଇପାରିବେ ।
 
 
 
 
 

By Nirvay

Leave a Reply

Your email address will not be published. Required fields are marked *