rahul-gandhi-calls-soumyashrees-suicide-as-organised-murder-by-system
ଫକୀର ମୋହନ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ ବିଏଡ୍‌ ଦ୍ଵିତୀୟ ବର୍ଷର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ରାହୁଲ ଗାନ୍ଧୀ ।
 
ସେ କହିଛନ୍ତି ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଆତ୍ମହତ୍ୟା ନୁହେଁ, ଏହା  ବିଜେପିର ବ୍ୟବସ୍ଥା ଦ୍ଵାରା ସଂଗଠିତ ହୋଇଥିବା ହତ୍ୟା । ଯୌନ ଶୋଷଣ ବିରୋଧରେ ସାହାସୀ ଝିଅ ସ୍ୱର ଉଠାଇଲେ କିନ୍ତୁ ନ୍ୟାୟ ପରିବର୍ତ୍ତେ ତାଙ୍କୁ ଧମକ ଦିଆଗଲା, ଅପମାନିତ କରାଗଲା ନିରୀହ ଝିଅକୁ ଆତ୍ମାହୁତି ପାଇଁ ବାଧ୍ୟ କରାଗଲା ବୋଲି ରାହୁଲ ଗାନ୍ଧୀ କହିଛନ୍ତି ।
 
ଆଜି ଦେଶର ଝିଅ ମାନଙ୍କୁ ସୁରକ୍ଷା ଓ ନ୍ୟାୟ ଦରକାର ବୋଲି ରାହୁଲ ଗାନ୍ଧୀ ନିଜ ସୋସିଆଲ ମିଡିଆ ରେ ପୋଷ୍ଟ କରି ନିଜ ପ୍ରତିକ୍ରିୟା ରଖିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *