୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ।ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ ବିଭାଗ। ଏହା ସହ ଆହୁରି ରାଜ୍ୟରେ ୫ ଦିନ ବର୍ଷା ଲାଗି ରହିବା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ ।

ପ୍ରବଳ ବର୍ଷା ପାଇଁ ଆଜି ୨୨ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ୱର ।  ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଅନ୍ୟପଟେ ଆସନ୍ତା ୨୨-୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବ। ଫଳରେ ରାଜ୍ୟରେ ୨୩ ତାରିଖରୁ ପୁଣି ବର୍ଷା ବଢ଼ିବ। ବର୍ଷାର ପ୍ରଭାବ ପ୍ରାୟ ୨୬ ପର୍ଯ୍ୟନ୍ତ ଜାରି ରହିବ। ୨୪ ଓ ୨୫ ତାରିଖରେ ସବୁଠୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଓ ପଶ୍ଚିମବଙ୍ଗ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ।

Leave a Reply

Your email address will not be published. Required fields are marked *