bjd holds peaceful protest Infront of State Commission for Women

ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ଶାନ୍ତିପୂର୍ଣ୍ଣ ଧାରଣା ଦେଇଛନ୍ତି ।

ସୂଚନା ଅନୁଯାୟୀ, ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ପ୍ରତି ହୋଇଥିବା ଅନ୍ୟାୟ ବିରୋଧରେ, ନ୍ୟାୟିକ ତଦନ୍ତ ଦାବିରେ ଏବଂ ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ମହିଳା ବିଜେଡି ପକ୍ଷରୁ ରାଜ୍ୟ ମହିଳା କମିଶନଙ୍କ କାର୍ଯ୍ୟାଳୟ ଆଗରେ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯାଇଛି ।

ବିଜେପି ସରକାରରେ ମହିଳା ଆୟୋଗ କିମ୍ବା ଶିଶୁ ଆୟୋଗ ଗଠନ ହୋଇ ନାହିଁ । ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି ଏବଂ ମହିଳା ଓ ଶିଶୁମାନେ ଅସୁରକ୍ଷିତ ହୋଇପଡିଛନ୍ତି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି ।

By Nirvay

Leave a Reply

Your email address will not be published. Required fields are marked *