ଭୁବନେଶ୍ୱର ଏମ୍‌ସରୁ ଦିଲ୍ଲୀ ଏମ୍‌ସକୁ ଏୟାରଲିଫ୍ଟ ହେଲେ ବଳଙ୍ଗା ପୀଡିତା । ଏମ୍ସରୁ ଗ୍ରୀନ୍ କରିଡର ଭିତରେ ତାଙ୍କୁ ଭୁବନେଶ୍ବର ବିମାନବନ୍ଦରକୁ ନିଆଯାଇଥିଲା  । ଭୁବନେଶ୍ବର ବିମାନବନ୍ଦରରୁ ଏୟାର ଆମ୍ବୁଲାନ୍ସରେ ଗଲେ । ଦିଲ୍ଲୀ AIIMSରେ ପୀଡ଼ିତାଙ୍କର ହେବ ଅଧିକ ଚିକିତ୍ସା ।

ଅନ୍ୟପଟେ ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ମୋହନ ମାଝୀ । ସେ କହିଛନ୍ତି ପୀଡ଼ିତାଙ୍କ ସର୍ବୋତ୍ତମ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ଅତ୍ୟାବଶ୍ୟକୀୟ ସୁବିଧା ନିଶ୍ଚିତ କରାଯିବ । ପୀଡ଼ିତା ଶୀଘ୍ର ସୁସ୍ଥ ହୋଇ ଫେରନ୍ତୁ ଏହା ହିଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।

ସୂଚନା ଅନୁସାରେ, ଗତକାଲି ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ତିନି ଜଣ ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ହତ୍ୟା ପାଇଁ ଉଦ୍ୟମ କରିଥିଲେ । ଯାହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଅବସ୍ଥା ଗୁରୁତର ଥିବାରୁ ପୀଡିତାଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍ସ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ଅଧିକ ଚିକିତ୍ସା ଲାଗି ବର୍ତ୍ତମାନ ବଳଙ୍ଗା ପୀଡିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି ।

Leave a Reply

Your email address will not be published. Required fields are marked *