developed-village-developed-odisha
ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନା କାର୍ଯ୍ୟକାରିତା ଉପରେ ଓଡ଼ିଶା ହାଇକୋର୍ଟଙ୍କ ଅନ୍ତରୀଣ ଅଙ୍କୁଶ ଲାଗିଛି ।
 
ଗତ ଫେବୃଆରୀ ୫ ତାରିଖରେ ଏହି ଯୋଜନାର ଶୁଭାରମ୍ଭ କରାଯାଇଥିଲା । ତେବେ ଯୋଜନାରେ ଗ୍ରାମସଭାର କ୍ଷମତା ସଙ୍କୁଚିତ କରାଯାଇଥିବା ଅଭିଯୋଗ କରି ଦାୟର ମାମଲାକୁ ହାଇକୋର୍ଟ ବିଚାର ପାଇଁ ଗ୍ରହଣ କରିଛନ୍ତି ।
 
ଅଗଷ୍ଟ ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପୂର୍ବରୁ ମାମଲାରେ ଜବାବ ଦାଖଲ ପାଇଁ ଇଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
 
କହିରଖୁଛୁ ଯେ, ୨୦୨୪-୨୫ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପାଇଁ ସରକାର ବଜେଟ୍‌ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି । ୫ ବର୍ଷରେ ୫ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖାଯାଇଛି ।

By Nirvay

Leave a Reply

Your email address will not be published. Required fields are marked *