ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ଘନୀଭୂତ ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବାର ଆଶଙ୍କା କରାଯାଉଥିବାବେଳେ ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରିପାରେ। ଉତ୍ତର ଓଡିଶା ଓ ଏହାର ପାଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା । ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହା ସହ ଏହାର ପ୍ରଭାବରେ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ଯରେ ପ୍ରବଳ ବର୍ଷା ହେବ। ଆଜିଠାରୁ ତିନିଦିନ ଧରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଆଜି କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବାକି ୧୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଜାରି ହୋଇଛି ୟେଲୋ ସତର୍କତା। ଏହି ସମୟରେ ଅଶାନ୍ତ ରହିବ ସମୁଦ୍ର। ଏଥିପାଇଁ ଆଜିଠାରୁ ୨୭ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। Post navigation ଗନ୍ଧମାର୍ଦ୍ଦନ ପାହାଡ଼ ଉପରେ ଫସିଥିବା ୧୭ ଜଣ ପର୍ଯ୍ୟଟକ ଉଦ୍ଧାର ନୂଆଦିଲ୍ଲୀ ଭାଜପା ସାଂସଦ ବୈଠକକୁ ନେଇ ରାଜନୀତି ସରଗରମ; ମୋହନଙ୍କ ଦପ୍ତର ବିରୋଧରେ ପ୍ରବଳ ବିଷୋଦଗାର