ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି କଟକ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ଆଜି ବାତିଲ କରିଛନ୍ତି । କଟକ ସହରରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଥିବାରୁ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ । ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ମୁଖ୍ୟାଳୟରେ ଉପସ୍ଥିତ ରହିବେ । ଏହି ନିର୍ଦ୍ଦେଶ ନ ମାନିଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି । Post navigation ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ କୌଣସି ଆଲୋଚନା ହୋଇନଥିବା କହିଲେ ମନମୋହନ ସାମଲ