ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଦିଲ୍ଲୀରେ କୌଣସି ଆଲୋଚନା ହୋଇନଥିବା କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ନୂଆଦିଲ୍ଲୀରୁ ଆଜି ଫେରିବା ପରେ ଭୁବନେଶ୍ୱର ବିମାନ ବନ୍ଦରରେ ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ସାମଲ କହିଛନ୍ତି ଯେ ରାଜ୍ୟର ସାଂଗଠନିକ ଓ ଅନ୍ୟାନ୍ୟ କାମ ବିଷୟରେ ଆଲୋଚନା ଲାଗି ନୂଆଦିଲ୍ଲୀ ଯାଇଥିଲେ । ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଦିଲ୍ଲୀରେ କୌଣସି ଆଲୋଚନା ହୋଇନାହିଁ । ବିଜେପିର ନୂଆ କାର୍ଯ୍ୟକାରିଣୀରେ କିଛି ନୂଆ ଲୋକଙ୍କୁ ନିଆଯିବ ଏବଂ କିଛି ପୁରୁଣା କାର୍ଯ୍ୟକର୍ତ୍ତା ପୂର୍ବ ଭଳି ଦାୟିତ୍ୱରେ ରହିବେ । ଠିକ ସମୟରେ ନିଗମ ବୋର୍ଡ ନିଯୁକ୍ତି ହେବ ବୋଲି ସାମଲ କହିଛନ୍ତି । ଖୁବ୍ଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ । ଆଜି ବି ବୈଠକ ଅଛି, ସାଂଗଠନିକ ବିଷୟରେ ଆଲୋଚନ ହେବ ବୋଲି ବିଜେପି ରାଜ୍ୟ ସଭାପତି କହିଛନ୍ତି । Post navigation ଆଜି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ୍ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଗିରଫ