ରାଜ୍ୟ ସରକାର ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଟେଣ୍ଡର ବାତିଲ କରିବା ପରେ ଏହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ‘ଏକ୍ସ’ରେ ପ୍ରତିକ୍ରିୟା ପ୍ରକାଶ କରି ସେ କହିଛନ୍ତି ଯେ, ଭୁବନେଶ୍ୱରକୁ ଏକ ବିଶ୍ୱରସ୍ତରୀୟ ସହରରେ ପରିଣତ କରିବା ଥିଲା ବିଜେଡି ସରକାରର ସ୍ୱପ୍ନ । ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପକୁ ସହରର ସମ୍ପ୍ରସାରଣ ଓ ‘ମୋ ବସ’ ରୁଟ ସହ ତାଳ ଦେଇ ସମ୍ପ୍ରସାରିତ କରିବାର ଥିଲା । ସହର ମଧ୍ୟରେ ଭିଡ ବୃଦ୍ଧି କରିବା ପରିବର୍ତ୍ତେ ସହରର ସମ୍ପ୍ରସାରଣ ଜୁରୁରୀ । ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ସହରର ଗତିପଥକୁ ପୁନଃଆକୃତି ଦେଇଥାନ୍ତା । ସହର ଭିତରେ ଭିଡ଼କୁ ଉଲ୍ଲେଖନୀୟ ଭାବରେ ହ୍ରାସ କରିଥାନ୍ତା । ବିଜେଡି ସରକାର ୨୦୨୭ ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ରେଳ କାମ ସାରିବାକୁ ଟାର୍ଗେଟ କରିଥିଲା । କିନ୍ତୁ ଏବେ ଏହି ପ୍ରକଳ୍ପ ପାଇଁ ହୋଇଥିବା ଟେଣ୍ଡରକୁ ବାତିଲ କରିଦିଆଯାଇଛି । ଡବଲ ଇଂଜିନ ସରକାର ଓଡିଶାବାସୀଙ୍କୁ ଧୋକା ଦେଇଛି ବୋଲି ନବୀନ କହିଛନ୍ତି । ବିଜେପି ସରକାରଙ୍କ ଏହି ନିଷ୍ପତ୍ତି ସହରକୁ ଆହୁରି ୧୦ ବର୍ଷ ପଛକୁ ଠେଲିଦେବ ବୋଲି ନବୀନ କହିଛନ୍ତି । Post navigation ଅଟଳ ପ୍ରତିଭା ସମ୍ମାନ ୨୦୨୫ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ୫ ସହଯୋଗୀ ଗିରଫ