ହ୍ୟାକରଙ୍କ ଟାର୍ଗେଟରେ ଶିକ୍ଷା ସାଇଟ୍। ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍। ଉଚ୍ଚଶିକ୍ଷା ବିଭାଗର ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟ ଆଜି ସକାଳେ କିଛି ସମୟ ପାଇଁ ହ୍ୟାକ୍ ହୋଇଥିବାର ଜଣାପଡିଛି। ବିଭାଗର କାର୍ଯ୍ୟକଳାପ ସହ ସମ୍ପୃକ୍ତ ନଥିବା କିଛି ପୋଷ୍ଟ ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟରେ ଅପଲୋଡ୍ ହୋଇଥିଲା। ଉକ୍ତ ଘଟଣାଟି ବିଭାଗର ନଜରକୁ ଆସିବା ପରେ, ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟକୁ Retrieve କରିବା ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯାଇଛି। ଉଚ୍ଚଶିକ୍ଷା ବିଭାଗ ତରଫରୁ ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟକୁ Retrieve କରାଯିବା ସହିତ ବିଭାଗ ସହ ସମ୍ପୃକ୍ତ ନ ଥିବା ପୋଷ୍ଟ ଗୁଡ଼ିକୁ ହଟାଇ ଦିଆଯାଇଛି। ଉଚ୍ଚଶିକ୍ଷା ବିଭାଗ ଏହି ଘଟଣାକୁ ଗୁରୁତ୍ଵର ଭାବେ ଗ୍ରହଣ କରିବା ସହ ଏହି ସମ୍ବନ୍ଧୀୟ ଏକ ଏଫ୍ଆଇଆର୍ (FIR) ଦାଖଲ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ତେବେ କିଏ ହ୍ୟାକର ତାହା ଏବେ ଯାଏଁ ସ୍ପଷ୍ଟ ହୋଇନି। ସେନେଇ ତଦନ୍ତ ଚାଲିଛି। Post navigation ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ମନ୍ କି ବାତ କାର୍ଯ୍ୟକ୍ରମ ଶୁଣିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ରାଜ୍ୟ ପ୍ରଭାରୀ ଘୋଷଣା ହେଲା ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର