ଓଡ଼ିଶାରେ ପ୍ରତିଷ୍ଠା ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍‌ । ଏ ନେଇ କେନ୍ଦ୍ର କ୍ୟାବିନେଟ୍‌ର ଅନୁମୋଦନ ନେଇ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସୂଚନା ଦେଇଛନ୍ତି। ସେମିକଣ୍ଡକଟର ଓ ଥ୍ରୀଡି ଗ୍ଲାସ ମାନ୍ୟୁଫାକଚ୍ୟୁରିଂ ୟୁନିଟକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ ଏହାକୁ ଅନୁମୋଦନ କରିଛି । ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ଓଡ଼ିଶା, ପଞ୍ଜାବ ଓ ଆନ୍ଧ୍ର ପ୍ରଦେଶରେ ୪ଟି ନୂତନ ସେମିକଣ୍ଡକ୍ଟର ପ୍ରକଳ୍ପକୁ ଅନୁମୋଦନ କରାଯାଇଛି।

ଅଶ୍ବିନୀ ବୈଷ୍ଣବ କହିଛନ୍ତି ନୂଆ ୪ଟି ସେମିକଣ୍ଡକ୍ଟର ୟୁନିଟ୍‌ ପାଇଁ ବ୍ୟୟ ହେବ ୪ ହଜାର ୬ ଶହ କୋଟି । ୧୯୪୩ କୋଟି ଟଙ୍କାରେ ଭୁବନେଶ୍ବର ଠାରେ ସେମିକଣ୍ଡକଟର ଓ ଥ୍ରୀଡି ଗ୍ଲାସ ମାନ୍ୟୁଫାକଚ୍ୟୁରିଂ ୟୁନିଟ ନିର୍ମାଣ ହେବ । ଓଡ଼ିଶାରେ ସେମିକଣ୍ଡକଟର ନିର୍ମାଣକୁ ଏହା ଆହୁରି ମଜଭୁତ କରିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ପ୍ରକଳ୍ପଗୁଡ଼ିକ କମ୍ପାଉଣ୍ଡ ସେମିକଣ୍ଡକ୍ଟର ଏବଂ ପ୍ୟାକେଜିଂ ୟୁନିଟ୍ ଉପରେ ଧ୍ୟାନ ଦେବ, ଯାହା ଭାରତର ଇଲେକ୍ଟ୍ରୋନିକ୍ସ ଉତ୍ପାଦନକୁ ମଜବୁତ କରିବ।

Leave a Reply

Your email address will not be published. Required fields are marked *