ସାରା ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ । ଏହି ଅବସରରେ ଭୁବନେଶ୍ବର ମାହାତ୍ମାଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗାନ୍ଧି ମାର୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କୁ ସମ୍ବୋଧନ କରି କହିଛନ୍ତି ସଙ୍ଗଠିତ ଅପରାଧକୁ ଦମନ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମହିଳା ସୁରକ୍ଷା ପାଇଁ ଆମର ଶୂନ୍ୟ ସହନଶୀଳ ନୀତି । ମହିଳାଙ୍କ ବିରୋଧରେ ହିଂସା କରୁଥିବା ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ। ବ୍ୟକ୍ତି ଯେତେ ବି ଶକ୍ତିଶାଳୀ ହୁଅନ୍ତୁ ଛଡ଼ା ଯିବନାହିଁ । ସେମାନଙ୍କ ସ୍ଥାନ ଜେଲ୍ ରେ ସମାଜରେ ନୁହେଁ। ଏଥିପାଇଁ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସକୁ କ୍ଷମତା ଦିଆଯାଇଛି । ମହିଳାଙ୍କ ସୁରକ୍ଷାରେ ଅବହେଳା କଲେ ଆଇନ ଅନୁଯାୟୀ ପଦକ୍ଷେପ ନିଆଯିବ । ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟରେ ଆଇନ ଶୃଙ୍ଖଳା ମୋଟାମୋଟି ନିୟନ୍ତ୍ରଣାଧୀନ ରହିଛି । ଏହାକୁ ଆହୁରି ପ୍ରଭାବୀ କରିବାକୁ ହେବ । ଅପରାଧ ବୃଦ୍ଧିର ବଡ଼ କାରଣ ହେଉଛି ନିଶା କାରବାର । ନିଶା ମାଫିଆଙ୍କୁ ଦମନ ପାଇଁ ନିର୍ଦ୍ଦେଶ ଦେଇଛି । ଗାଁ ଠାରୁ ରାଜଧାନୀ ଯାଏ ଗୁଣ୍ଡାରାଜକୁ ଦମନ କରାଯିବ । ସେମାନଙ୍କୁ ଚିହ୍ନଟ ପ୍ରକ୍ରିୟା ଚାଳିଛି, ଦଣ୍ଡବିଧାନ କରାଯିବ । ସଂଗଠିତ ଅପରାଧକୁ ନିୟନ୍ତ୍ରଣ ପାଇଁ ଆଇନ୍ ଆଣିବାକୁ ପଛାଇବୁନି । ଦାଦାବଟି, ଚାନ୍ଦା ଆଦାୟକୁ ସଙ୍ଗଠିତ ଅପରାଧରେ ବିଚାର କରି କାର୍ଯ୍ୟାନୁଷ୍ଠାନ ନେବୁ । ମୁଖ୍ୟମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି ଆଗାମୀ ଦିନରେ ଦେଶର ଫାର୍ମା ହବ୍ ହେବ ଓଡ଼ିଶା । ଏକ ଫାର୍ମା କନ୍କ୍ଲେଭ୍ କରିବାକୁ ଯାଉଛନ୍ତି ସରକାର । ଦେଶ ବିଦେଶର ପ୍ରମୁଖ ଫାର୍ମା କମ୍ପାନୀ ଆସିବେ । ନିଜ ନିଜର ପ୍ରତିଷ୍ଠାନ ନିର୍ମାଣ କରିବାକୁ ଆଗଭର ହେବେ । ଏହାଦ୍ବାରା ଆଗାମୀ ଦିନରେ ଓଡ଼ିଶା ଦେଶର ଫାର୍ମା ହବ ହୋଇପାରିବ । ଏହି କ୍ଷେତ୍ରରେ ଅଢ଼େଇ ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟିହେବ । Post navigation ଆଜି ୭୯ତମ ସ୍ୱାଧୀନତା ଦିବସ; GSTରେ ସଂସ୍କାର ଆଣିବୁ କହିଲେ ପ୍ରଧାନମନ୍ତ୍ରୀ ମୋଦି ୧୧ଟି ଜିଲ୍ଲାକୁ ଅତିରିକ୍ତ ୫ କେଜି ମାଗଣାରେ ଚାଉଳ ଯୋଗାଇବାକୁ ନିଷ୍ପତ୍ତି: ମୁଖ୍ୟମନ୍ତ୍ରୀ