ରାଜଧାନୀ ଭୁବନେଶ୍ଵରରେ ଶୁକ୍ରବାର ରାଜ୍ୟସ୍ତରୀୟ ସ୍ଵାଧୀନତା ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରେଡ ଅଭିବାଦନ ଗ୍ରହଣ କରିବା ସହିତ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ରାଜ୍ୟରେ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଅଧିକ ଚାଉଳ ଯୋଗାଇବାକୁ ନିଷ୍ପତ୍ତି ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି ୧୧ଟି ଜିଲ୍ଲାକୁ ଅତିରିକ୍ତ ୫ କେଜି ଚାଉଳ ମାଗଣାରେ ଯୋଗାଇବାକୁ ନିଷ୍ପତ୍ତି ହୋଇଛି । ୩ ମାସ ପାଇଁ ୨୭ ଲକ୍ଷରୁ ଊର୍ଦ୍ଧ୍ବ ପରିବାରକୁ ଏହି ସୁବିଧା ମିଳିବ । ୮ KBK ଜିଲ୍ଲା ସହ ବୌଦ୍ଧ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ସୁବିଧା ମିଳିବ ।ମୋଟ ୪୧ ହଜାର ୮୨ ମେଟ୍ରିକ ଟନ୍ ଅତିରିକ୍ତ ଚାଉଳ ବଣ୍ଟନ କରାଯିବ। ସେଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ପ୍ରାୟ ୧୮୦ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟରେ ଆଗାମୀ ୫ ବର୍ଷରେ ‘୭୫ ହଜାର କିମି ଉଚ୍ଚମାନର ସଡ଼କ ନିର୍ମାଣ ହେବ । ଆଉ ୪ଟି ନୂଆ ବନ୍ଦର ନିର୍ମାଣ ପାଇଁ ଲକ୍ଷ୍ୟ ରଖିଛୁ । ଇଞ୍ଚୁଡି, ବାହୁଡା, ସୁବର୍ଣ୍ଣରେଖା ଓ ଅସ୍ତରଙ୍ଗରେ ବନ୍ଦର ନିର୍ମାଣ ଲକ୍ଷ୍ୟ ରଖାଯାଇଛି । ସେହିପରି ଓଡିଶାରେ ଗଠନ ହେବ ଆଉ ୨୧ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ । ରାଜ୍ୟର ମାତ୍ର ୧୭ ପ୍ରତିଶତ ଜନସଂଖ୍ୟା ସହରାଞ୍ଚଳରେ ରହୁଛନ୍ତି । ତେଣୁ ଦ୍ରୁତ ବିକାଶ ଓ ଅଭିବୃଦ୍ଧି ପାଇଁ ୨୧ଟି ନୂଆ NAC ସ୍ଥାପନ ପାଇଁ ନିଷ୍ପତ୍ତି ହୋଇଛି । Post navigation ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସପ୍ତାହେ ମଧ୍ୟରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି: ପୃଥ୍ବୀରାଜ ହରିଚନ୍ଦନ