ସପ୍ତାହ ଭିତରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଏ ନେଇ ଆଜି ପୁରୀରେ ସ୍ବାଧୀନତା ଦିବସ ସମାରୋହ କାର୍ଯ୍ୟକ୍ରମ ଅବସରରେ ଏହି ବଡ଼ ଘୋଷଣା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ସପ୍ତାହ ଭିତରେ ଗଠନ ହେବାକୁଥିବା ଶ୍ରୀମନ୍ଦିର ପରିଚାଳନା କମିଟି ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । କମିଟି ଗଠନ ପରେ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି କରାଯିବ । ଏଥିପାଇଁ ରିଜର୍ଭ ବ୍ୟାଙ୍କ୍ ଅଫ ଇଣ୍ଡିଆର ଦୁଇ ଜଣ ଅଭିଜ୍ଞ ଅଧିକାରୀ ନିୟୋଜିତ ହୋଇସାରିଛନ୍ତି । ଆରଵିଆଇ ଅଧିକାରୀଙ୍କ ଉପସ୍ଥିତିରେ ହେବ ଗଣତି ମଣତି । ମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସଓପି ଆଧାରରେ ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ହେବ । ଏଥିସହ ଆସନ୍ତା ୧୯ ତାରିଖରେ ରଥଯାତ୍ରା ପରବର୍ତ୍ତୀ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ । Post navigation ୧୧ଟି ଜିଲ୍ଲାକୁ ଅତିରିକ୍ତ ୫ କେଜି ମାଗଣାରେ ଚାଉଳ ଯୋଗାଇବାକୁ ନିଷ୍ପତ୍ତି: ମୁଖ୍ୟମନ୍ତ୍ରୀ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ୭୯ତମ ସ୍ୱାଧୀନତା ଦିବସ ପାଳିତ