ରାଜ୍ୟରେ ଜାରି ରହିଛି ବର୍ଷା । ଏହାରି ମଧ୍ୟରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଆଡକୁ ଗତି କରି ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବ ଏବଂ ୧୯ ଅଗଷ୍ଟ ୨୦୨୫ ତାରିଖ ଭୋର ସମୟରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବ ବୋଲି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରାଜ୍ୟରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ଓ ଆସନ୍ତା ୧୯ ତାରିଖ ପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ରାଜ୍ୟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ମାଲକାନଗିରି, କୋରାପୁଟ ଓ ଆସନ୍ତା ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି। Post navigation ଭୁବନେଶ୍ୱର–ଝାରସୁଗୁଡ଼ା ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ଜମ୍ମୁର କାଠୁଆରେ ବାଦଲଫଟା ବର୍ଷାର ତାଣ୍ଡବ; ୪ ମୃତ