ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୫ରୁ ୨୮ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୪୮ ଘଣ୍ଟାରେ ଘନୀଭୂତି ହେବା ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବିଜୁଳି, ଘଡଘଡି ଓ ୩୦ରୁ ୪୦ କିମି ପବନ ପୂର୍ବାନୁମାନ କରାଯାଇଛି  ।

ଆସନ୍ତାକାଲି ସୃଷ୍ଟି ହେବାକୁ ଥିବା ଆଉ ଏକ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ପରିମାଣ ବଢିବ। ଏନେଇ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ମୟୂରଭଞ୍ଜ, କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ଅରେଞ୍ଜ୍‌ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *