ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ । ଆଗାମୀ ୨ ଦିନରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ତେଣୁ ଲଘୁଚାପ ପ୍ରଭାବରେ ରାଜ୍ଯରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । Post navigation ୧୫ ଦିନ ପରେ ଆନ୍ଦୋଳନରୁ ଓହରିଲା ଅମଲା ସଂଘ ବନ୍ୟା ସ୍ଥିତି ଅନୁଧ୍ୟାନ ପାଇଁ ଯାଜପୁର ଯିବେ ରାଜସ୍ବ ମନ୍ତ୍ରୀ