କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ପଶ୍ଚିମ ଓଡିଶାର ସାଂସ୍କୃତିକ ଐତିହ୍ୟକୁ ସମ୍ମାନ ଦେଇ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । ନୂଆଖାଇ ପରଦିନ ମଧ୍ୟ ପଶ୍ଚିମ ଓଡିଶା ବାସୀଙ୍କ ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ । ସେ ଦିନ ଆତ୍ମୀୟ ସ୍ୱଜନ ମାନେ ପରସ୍ପର ସହ ସାକ୍ଷାତ କରି ‘ନୂଆଖାଇ ଜୁହାର’ କରନ୍ତି ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନିଅନ୍ତି । ପାରିବାରିକ, ସାମାଜିକ ଓ ସାଂସ୍କୃତିକ ଐତିହ୍ୟକୁ ସୁରକ୍ଷିତ କରିବା ଦିଗରେ ଏହା ଏକ ମହତ୍ୱପୂର୍ଣ୍ଣ ଦିନ ଅଟେ । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷ ନୂଆଖାଇର ପରଦିନ ଅର୍ଥାତ ୨୯.୦୮.୨୦୨୫ (ଶୁକ୍ରବାର) ଦିନଟିକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ)ପାଇଁ ଛୁଟି ଘୋଷଣା କରିଛନ୍ତି । ଏହା ପରିବର୍ତ୍ତେ ସେପ୍ଟେମ୍ବର ୧୩ ତାରିଖ, ଦ୍ୱିତୀୟ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି । Post navigation ବୃଦ୍ଧି ହେଲା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ ଉମରକୋଟ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ