କାଲିଠୁ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ । ୨୯ ଓ ୩୦ ଦୁଇ ଦିନ ଧରି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ । ଏନେଇ ଆଜି ସୂଚନା ଦେଇଛନ୍ତି ବିଧାନସଭା ବାଚସ୍ପତି ସୁରମା ପାଢ଼ୀ । ସେ କହିଛନ୍ତି ଏହି ସମ୍ମିଳନୀରେ ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ଆଲୋଚନା ହେବ । ଦୀର୍ଘ ୩୧ ବର୍ଷ ପରେ ଏହା ଓଡ଼ିଶାରେ ଆୟୋଜନ କରାଯାଉଛି। ଏଥିରେ ଲୋକସଭା ବାଚସ୍ପତି, ରାଜ୍ୟସଭା ଉପାଧ୍ୟକ୍ଷ, କେନ୍ଦ୍ର ମନ୍ତ୍ରୀ ଭାଗ ନେବେ। ଉଦଯାପନୀ ପରେ ପ୍ରତିନିଧିଙ୍କୁ କୋଣାର୍କ ସହ ଶ୍ରୀଜିଉଙ୍କ ଦର୍ଶନ ପାଇଁ ନିଆଯିବ । ଲୋକସଭା ବାଚସ୍ପତି ଓମ୍ ବିର୍ଲା ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ । ଏହି ଅବସରରେ ଏକ ପ୍ରଦର୍ଶନୀକୁ ଉଦଘାଟନ କରିବେ ଏବଂ ଏକ ସ୍ମରଣୀକାକୁ ମଧ୍ୟ ଉନ୍ମୋଚନ କରିବେ। ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କର ପ୍ରଥମ ସମ୍ମିଳନୀ ୧୯୭୬ ମସିହାରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା। ପରବର୍ତ୍ତୀ ସମୟରେ ୧୯୭୯, ୧୯୮୩, ୧୯୮୭ ଏବଂ ୨୦୦୧ ମସିହାରେ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ଏବଂ ସାମ୍ବିଧାନିକ ସୁରକ୍ଷାର ବିଭିନ୍ନ ଦିଗ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏହି ସମ୍ମିଳନୀ ପ୍ରଥମ ଥର ପାଇଁ ଦିଲ୍ଲୀ ବାହାରେ ଅନୁଷ୍ଠିତ ହେଉଛି। Post navigation ସିଏ ସାବତ ବିଦା ହେଇଥିଲେ, ପୁଣି ଫେରିଲେ କେମିତି ? ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ସିକ୍କିମ ମୁଖ୍ୟମନ୍ତ୍ରୀ