ଶପଥ ନେଲେ ସିପିରାଧାକ୍ରିଷ୍ଣନ୍। ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ୍। ରାଷ୍ଟ୍ରପତି ଭବନରେ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଲେ ରାଷ୍ଟ୍ରପତି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ । ଏହି ଅବସରରେ ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ମଧ୍ୟ ଉପସ୍ଥିତ ରହିଛନ୍ତି । ଉପରାଷ୍ଟ୍ରପତିଙ୍କ ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଉପସ୍ଥିତ ରହିଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ଦିନ ଅନୁଷ୍ଠିତ ଉପରାଷ୍ଟ୍ରପତି ନିର୍ବାଚନରେ ମିଳିତ ବିରୋଧୀ ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡିଙ୍କୁ ପରାସ୍ତ କରି ରାଧାକୃଷ୍ଣନ ବିଜୟୀ ହୋଇଥିଲେ। ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କ ହଠାତ୍ ଇସ୍ତଫା ପରେ ଏହି ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏନଡିଏ ପ୍ରାର୍ଥୀ ରାଧାକୃଷ୍ଣନ ଭାରତର ୧୫ତମ ଉପରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି। ଉପରାଷ୍ଟ୍ରପତି ନିର୍ବାଚିତ ହେବା ପରେ ରାଧାକ୍ରିଷ୍ଣନ ଗୁରୁବାର ଦିନ ମହାରାଷ୍ଟ୍ରର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି। Post navigation ଚାରିବର୍ଷରେ ଓଡ଼ିଶାର ରପ୍ତାନି ୪୦%ରୁ ଅଧିକ ହ୍ରାସ ଇସ୍ତଫା ଦେବା ପରେ ଦଳରୁ ନିଲମ୍ୱନ ହେଲେ ପ୍ରଫୁଲ୍ଲ କୁମାର ମଲ୍ଲିକ