pm-modi-likely-to-visit-odisha-on-september-27
ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେବା ପକ୍ଷ ଅବସରରେ ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ଆୟୋଜିତ ଜନ ସମାବେଶ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ମୋଦି । ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ।
 
ସୂଚନା ଅନୁଯାୟୀ, ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ବ୍ରହ୍ମପୁର ଅଭିମୁଖେ ଗସ୍ତ କରିବେ ପ୍ରଧାନମନ୍ତ୍ରୀ । ତେବେ ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତକୁ ନେଇ ସରକାରୀ ଓ ଦଳୀୟ ସୂତ୍ରରୁ କିଛି ସ୍ପଷ୍ଟ କରାଯାଇନାହିଁ ।
 
କହିରଖୁଛୁ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୨ ତାରିଖ ଯାଏଁ ସେବା ପକ୍ଷ ପାଳିବ ବିଜେପି । 
 

By Nirvay

Leave a Reply

Your email address will not be published. Required fields are marked *