ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ା ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା । ଆଜିଠୁ ୨୮ ତାରିଖ ପର୍ଯ୍ୟନ୍ତ ରହିବ ଦାବି ଓ ଆପତ୍ତି ସମୟସୀମା । ଏହାପରେ ଅକ୍ଟୋବର ୭ ତାରିଖରେ ସରିବ ଦାବି ଓ ଆପତ୍ତି ନିଷ୍ପତ୍ତି । ଅକ୍ଟୋବର ୯ରେ ପ୍ରକାଶ ପାଇବ ନୂଆ ଭୋଟର ତାଲିକା । ସୂଚନା ଯୋଗ୍ୟ; କିଛି ଦିନ ତଳେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ହୋଇଥିଲା । ହୃଦଘାତର ଶିକାର ହେବାପରେ ଘରୋଇ ହସ୍ପିଟାଲରେ ତାଙ୍କ ମୃତ୍ୟୁ ହୋଇଥିଲା ।ଏହାପରେ ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଭାରତ ନିର୍ବାଚନ ଆୟୋଗ ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବାକୁ ଯାଉଥିବା ଉପନିର୍ବାଚନ ପାଇଁ ଜନପ୍ରତିନିଧିତ୍ୱ ଆଇନ ୧୯୫୦ର ଧାରା ୨୧ ଅନୁଯାୟୀ ଏକ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ପାଇଁ ନିର୍ଦ୍ଦେଶ ଦେଇଛନ୍ତି। Post navigation ଅକ୍ଟୋବର ୨ରୁ ସାରା ରାଜ୍ୟରେ ବର୍ଷବ୍ୟାପୀ ପଦଯାତ୍ରା କରିବ କଂଗ୍ରେସ ଝାଡ଼ଖଣ୍ଡରରେ ୩ କୁଖ୍ୟାତ ନକ୍ସଲ ନେତା ନିହତ