ରାଜ୍ୟର ୧୭ ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଛି ୧୪୦୪ ଅଧ୍ୟାପକ ପଦ । ଏ ନେଇ ଆଜି ଗୃହରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ କରିଥିବା ପ୍ରଶ୍ନ, ରାଜ୍ୟରେ କେଉଁ ବର୍ଗର କେତେ ସଂଖ୍ୟକ ମଞ୍ଜୁରିପ୍ରାପ୍ତ ଶିକ୍ଷକ ଓ ଅଣଶିକ୍ଷକ ପଦବୀ ରହିଛି ଏବଂ ଏଥିରେ କେତେ ପଦବୀ ଖାଲି ପଡ଼ିଛି ।

ଏହାର ଲିଖିତ ଉତ୍ତର ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ରାଜ୍ୟର ବିଶ୍ୱବିଦ୍ୟାଳୟରେ ୧୪୦୪ ଅଧ୍ୟାପକ ପଦ ଖାଲିପଡ଼ିଛି । ତା ଭିତରୁ ୨୬୦ ପ୍ରାଧ୍ୟାପକ ପଦ ଖାଲି ପଡ଼ିଥିବାବେଳେ, ୪୫୩ ଆସୋସିଏସ୍ ପ୍ରାଧ୍ୟାପକ, ୬୬୯ ସହକାରୀ ପ୍ରାଧ୍ୟାପକ ପଦ ଖାଲିପଡ଼ିଛି । ତେବେ ବିଶ୍ୱବିଦ୍ୟାଳୟ ଦୃଷ୍ଟିରୁ ଦେଖିଲେ ସବୁଠୁ ଅଧିକ ଅଧ୍ୟାପକ ମରୁଡି ଦେଖିବାକୁ ମିଳିଛି ରେଭେନ୍ସା ବିଶ୍ୱବିଦ୍ୟାଳୟରେ । ଏହାପଛକୁ ରହିଛି ଉତ୍କଳ ବିଶ୍ୱବିଦ୍ୟାଳୟ । ସେହିପରି ୧୭ ବିଶ୍ୱବିଦ୍ୟାଳୟରେ ୨୨୮୬ ଅଣଶିକ୍ଷକ ପଦ ଖାଲି ପଡ଼ିଛି।

Leave a Reply

Your email address will not be published. Required fields are marked *