ବହୁ ପ୍ରତିକ୍ଷିତ କୋଣାର୍କ-ଭୁବନେଶ୍ୱର ରେଳପଥକୁ ମିଳିଲା ମଞ୍ଜୁରି । କୋଣାର୍କ-ଭୁବନେଶ୍ୱର ରେଳପଥକୁ ନିକଟରେ ରେଳ ମନ୍ତ୍ରାଳୟ ପକ୍ଷରୁ ମଞ୍ଜୁର ମିଳିଛି । ନିମାପଡ଼ା ଓ ଗୋପ ଦେଇ ଭୁବନେଶ୍ୱରରୁ ନୂତନ ରେଳଲାଇନ କୋଣାର୍କ ଯିବ । ଫାଇନାଲ ଲୋକେଶନ ସର୍ଭେ ପାଇଁ ଅନୁମୋଦନ ମିଳିଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।

ଏହି ଉପଲବ୍ଧି ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଚିଠି ମାଧ୍ୟମରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବକୁ ଧନ୍ୟବାଦ ଜ୍ଞାପନ କରିବା ସହିତ ଏହି ରେଳ ପଥକୁ ନିମାପଡା ଓ ଗୋପ ଦ୍ଵାରା ସଂଯୁକ୍ତ କରିବା ପାଇଁ ଅନୁରୋଧ କରିଥିଲେ । ଏହା ଦ୍ୱାରା ନିମାପଡା ଓ ଗୋପ ଅଞ୍ଚଳରେ ପର୍ଯ୍ୟଟନସ୍ଥଳୀର ବିକାଶ ହେବା ସହ ଆଞ୍ଚଳିକ ପରିବହନ ଓ ଯୋଗାଯୋଗ ମଧ୍ୟ ସୁଗମ ହୋଇପାରିବ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଚିଠିରେ ଉଲ୍ଲେଖ କରିଥିଲେ।

ଏହି ଚିଠିର ଉତ୍ତର ଦେଇ ରେଳ ମନ୍ତ୍ରାଳୟ ଏହି ପ୍ରସ୍ତାବକୁ ଗ୍ରହଣ କରିବା ସହ କୋଣାର୍କ ଭୁବନେଶ୍ୱର ରେଳପଥର ଡିଟେଲଡ଼ ପ୍ରୋଜେକ୍ଟ ରିପୋର୍ଟ ପାଇଁ ଗୋପ ଓ ନିମାପଡାରେ ଫାଇନାଲ ଲୋକେଶନ ସର୍ଭେ ପାଇଁ ମଞ୍ଜୁରୀ ଦେଇଛନ୍ତି ।ଏହି ମଞ୍ଜୁରୀ ପାଇଁ ଉପମୁଖ୍ୟମନ୍ତ୍ରୀ ପରିଡା, କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଙ୍କୁ ଅନେକ ଅନେକ କୃତଜ୍ଞତା ଜ୍ଞାପନ କରିଛନ୍ତି।

Leave a Reply

Your email address will not be published. Required fields are marked *