Odisha to witness heavy Rain till September 28
ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
 
ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ନ ଯିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି ।
 
ଅନ୍ୟପଟେ ଏହି ଲଘୁଚାପ ପ୍ରଭାବ ଯାଉ ଯାଉ ଆସନ୍ତା ୨୫ ସେପ୍ଟେମ୍ୱର ପାଖାପାଖି ମିଆଁମାର-ବାଂଲାଦେଶ ଉପକୂଳରେ ଥିବା ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।
 
ଏହା ପ୍ରଭାବରେ ୨୫ ତାରିଖରୁ ବର୍ଷା ବଢ଼ିବା ସହ ୨୮ ତାରିଖ ଯାଏଁ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ଓ ଆଉ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

By Nirvay

Leave a Reply

Your email address will not be published. Required fields are marked *