କୋରାପୁଟ ଜିଲ୍ଲାରେ ୨୮ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଛୁଟି ବାତିଲ୍‌ କରିଛନ୍ତି ଜିଲ୍ଲାପାଳ। ଏହା ସହ ହେଡ୍‌ କ୍ୱାର୍ଟର୍ସ ନ ଛାଡ଼ିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାର ସମସ୍ତ ବିଡିଓ ଓ ତହସିଲଦାରଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ  ଦେଇଛନ୍ତି ଜିଲ୍ଲାପାଳ। ପ୍ରବଳ ବର୍ଷା ପାଇଁ ଜିଲ୍ଲାର ସମସ୍ତ ବିଡିଓ ଓ ତହସିଲଦାରଙ୍କୁ ସଜାଗ ରହିବାକୁ କୁହାଯାଇଛି ।

ସୂଚନା ଯୋଗ୍ୟ, ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ  କୋରାପୁଟ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି ।

Leave a Reply

Your email address will not be published. Required fields are marked *