ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ୨୭ରେ ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଅତିକ୍ରମ କରିପାରେ । ଏହା ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗର ସୂଚନା ଦିଆଯାଇଛି । ଏହା ସହିତ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଆଜି ପ୍ରବଳରୁ ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ସତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । Post navigation ୨୮ ଯାଏଁ କୋରାପୁଟ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ; ସାଢେ ୧୧ଟା ଯାଏଁ ଗୃହ ମୁଲତବି