Heavy Rain Alert: Malkangiri Schools to remain closed tomorrow
ରାଜ୍ୟର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେଉଥିବା ବେଳେ ଆସନ୍ତାକାଲି ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
 
ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ମାଲକାନଗିରି ଜିଲ୍ଲାପାଳ ଆସନ୍ତାକାଲି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି । କିନ୍ତୁ ସମସ୍ତ ପ୍ରଧାନ ଶିକ୍ଷକ, ଶିକ୍ଷକ ଓ ଶିକ୍ଷୟତ୍ରୀ ନିଜ ନିଜ ଅନୁଷ୍ଠାନରେ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
Heavy Rain Alert: Malkangiri Schools to remain closed tomorrow

By Nirvay

Leave a Reply

Your email address will not be published. Required fields are marked *