ଓଡ଼ିଶାରେ ୭୫ ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ପ୍ରାୟ ୧୪ କୋଟି ବ୍ୟୟରେ ଓଡ଼ିଶାରେ ୭୫ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ହେବ । ସମସ୍ତ କାର୍ଯ୍ୟ ଆସନ୍ତା ବର୍ଷ ଶେଷ ସୁଦ୍ଧା ସାରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଭାରତବର୍ଷର ସ୍ୱାଧୀନତା, ଓଡ଼ିଶା ପ୍ରଦେଶର ସ୍ୱତନ୍ତ୍ରତା, ଆମ ଭାଷା ଓ ସାହିତ୍ୟକୁ ରୁଦ୍ଧିମନ୍ତ କରିବା ଏବଂ ଓଡ଼ିଶାର ଐତିହ୍ୟକୁ ବଜାୟ ରଖିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାର ସ୍ଥାପନା କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି । Post navigation ପ୍ରବଳ ବର୍ଷା ଯୋଗୁଁ ଆସନ୍ତାକାଲି ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ଛୁଟି