ଆସନ୍ତାକାଲି ଝାରସୁଗୁଡ଼ା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ଯୋଗ ଦେବେ । ଓଡ଼ିଶାକୁ ଭେଟି ଦେବେ ୧୭୦୦ କୋଟି ଟଙ୍କାର ରେଳ ପ୍ରକଳ୍ପ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର କଡ଼ା ଯାଞ୍ଚ କରାଯାଇଛି । ଏହା ପୂର୍ବରୁ ଅମଲିପାଲି ଯୁବ ସମାବେଶ ସ୍ଥଳରେ ନିରୀକ୍ଷଣ କରିବା ପରେ ରାଗିଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମଞ୍ଚ ନିର୍ମାଣ ହେଉ କି ଅନ୍ୟ ବ୍ୟବସ୍ଥାକୁ ଦେଖି ମୁଖ୍ୟମନ୍ତ୍ରୀ ଅସନ୍ତୋଷ ପ୍ରକାଶ କରିବା ସହ ପ୍ରଶାସନିକ ଅଧିକାରୀଙ୍କ ଉପରେ ରାଗି ଯାଇଥିଲେ । ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଥିବା ବେଳେ ସମସ୍ତ ତ୍ରୁଟିକୁ ସୁଧାର କରିବା ପାଇଁ ପ୍ରଶାସନିକ ଅଧିକାରୀଙ୍କୁ କହିଥିବା ଦେଖିବାକୁ ମିଳିଛି । Post navigation ଆଦିବାସୀ ମହିଳାଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ