ପାର୍ବଣକୁ ଫିକା କରିପାରେ ବର୍ଷା । ଆସନ୍ତା ୧ ତାରିଖ ବେଳକୁ ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଫଳରେ ଉତ୍ତର ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଅକ୍ଟୋବର ୧ ତାରିଖ ରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଆଗାମୀ ୨୪ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । Post navigation ବ୍ରହ୍ମପୁର-ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି