ଆଜି ବସିଲା ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଛି ବୈଠକ । ବୈଠକରେ ଉପସ୍ଥିତ ରହିବେ ମୁଖ୍ୟ ଶାସନ ସଚିବଙ୍କ ସମେତ ବିଭାଗୀୟ ମନ୍ତ୍ରୀ ଓ ସଚିବ ।  ତେବେ ଆଜିର ବୈଠକରେ କେଉଁ ସବୁ ନିଷ୍ପତ୍ତି ନିଆଯିବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । କିନ୍ତୁ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ କ୍ୟାବିନେଟ୍ ମୋହର ।

Leave a Reply

Your email address will not be published. Required fields are marked *