ପାର୍ବଣକୁ ଫିକା କରିପାରେ ଲଘୁଚାପ । ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ଏବଂ ଅକ୍ଟୋବର ୧ ତାରିଖରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ଅଛି । ତେଣୁ ଅକ୍ଟୋବର ୧ ରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ, ଅକ୍ଟୋବର ୨ ଏବଂ ୩ ତାରିଖରେ ଉପକୂଳ ଏବଂ ଉତ୍ତର ଓଡ଼ିଶା ଜିଲ୍ଲାର ଅଧିକାଂଶ ସ୍ଥାନରେ ମଧ୍ୟମ ବର୍ଷା ହେବ । ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେଓଗଡ଼, ଢେଙ୍କାନାଳ, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ ଏବଂ ନୂଆପଡ଼ା । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । Post navigation ୫ଟି ନାଁରେ ଭଙ୍ଗା କାନ୍ଥରେ ରଙ୍ଗ ମାରୁଥିଲେ ପୂର୍ବ ସରକାର: ମୁଖ୍ୟମନ୍ତ୍ରୀ କେନ୍ଦ୍ରୀୟ ଡେପୁଟେସନରେ ଗଲେ ୨ ଆଇଏସ ଅଧିକାରୀ