Naveen targets Odisha govt over deteriorating law and order
ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ଯେ, ରାଜ୍ୟରେ ଉତ୍ସବର ପରିବେଶ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଲୋକେ ନିଜକୁ ଅସୁରକ୍ଷିତ ଭାବିବା ଆରମ୍ଭ କଲେଣି ।
 
ନିଜ ଘର ସାମ୍ନାରେ ଠିଆ ହୋଇଥିବା ସମୟରେ ଗଞ୍ଜାମର ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଯେପରି ଗୁଳି କରି ହତ୍ୟା କରାଗଲା ତାହା ଅତ୍ୟନ୍ତ ଜଘନ୍ୟ ଓ ଦୁଃଖଦାୟକ ବୋଲି ନବୀନ କହିଛନ୍ତି ।
 
ସୋସିଆଲ ମିଡିଆ ପ୍ଲାଟଫର୍ମ ମାଧ୍ୟମରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ମୋହନ ସରକାରକୁ ଟାର୍ଗେଟ କରି କହିଛନ୍ତି ଯେ, ରାଉରକେଲାରେ ଦୁଷ୍କର୍ମ, କଣାସରେ ଲକ୍ଷ୍ମୀ ବସ ଭିତରେ ଘଟିଥିବା ଅଭାବନୀୟ କାଣ୍ଡ ସାଙ୍ଗକୁ ବାଲେଶ୍ୱରରେ ରାତ୍ରିକାଳୀନ କଟକଣା ସହ ଭାଇଚାରାର ସହର କଟକରେ ସାମ୍ପ୍ରଦାୟିକ ସ୍ଥିତି ଅତ୍ୟନ୍ତ ଚିନ୍ତାଜନକ ।
 
ପୋଲିସ ଏସଆଇ ନିଯୁକ୍ତିରେ ମହାଘୋଟାଲା ଆଶାୟୀ ଯୁବଗୋଷ୍ଠୀଙ୍କ ମନୋବଳ ଭାଙ୍ଗି ଦେଇଥିବା ବେଳେ ସରକାରୀ ନିଯୁକ୍ତିରେ ସ୍ୱଚ୍ଛତା ଓ ଉତ୍ତରଦାୟିତ୍ୱ ବଜାୟ ରଖିବାରେ ମଧ୍ୟ ରାଜ୍ୟର ବିଜେପି ସରକାର ଅସମର୍ଥ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ କହିଛନ୍ତି ।
 
ସେ ପୁଣି କହିଛନ୍ତି ଯେ, ଶାନ୍ତିପ୍ରିୟ ଓଡ଼ିଶାରେ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ମଜଭୁତ ରଖିବାରେ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ।
 
ଅପରାଧ ରୋକିବା ପାଇଁ ସରକାର କାହିଁକି ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରୁନାହାନ୍ତି ବୋଲି ନବୀନ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *