ବିଜୁ ଜନତା ଦଳ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଲାଗି ଦୁଇ ଥର ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ । ନୂଆପଡା ଷ୍ଟାର କ୍ୟାମ୍ପେନର ତଥା ଜୁନାଗଡ଼ ବିଜେଡ଼ି ବିଧାୟକ ଦିବ୍ୟ ଶଙ୍କର ମିଶ୍ର ଏହି ସୂଚନା ଦେଇଛନ୍ତି । ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ଦେଖାଯାଇଛି । ପୂର୍ବରୁ, ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ସ୍ନେହାଙ୍ଗିନୀ ଛୁରିଆଙ୍କୁ ବିଜେଡି ପ୍ରାର୍ଥୀ ଭାବରେ ଘୋଷଣା କରିଥିଲା । ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ । ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ । Post navigation Diwali Holiday: ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣା Nuapada Bypoll: ନୂଆପଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ଜୟ ଢୋଲକିଆ