ଆସନ୍ତା ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ମୁତାବକ ବଙ୍ଗୋପସାଗରରେ ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ସମ୍ଭାବନା । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହା ଫଳରେ କାଲିଠାରୁ ରାଜ୍ୟରେ ଆରମ୍ଭ ହୋଇପାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ହେବା ଆଶଙ୍କା ଥିବା ବେଳେ ଏବେଠାରୁ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି କହିଛି ପାଣିପାଗ ବିଭାଗ। ଗତ ୨୪ ଘଣ୍ଟାରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ସର୍ବାଧିକ କେନ୍ଦୁଝର ଜିଲ୍ଲାର ସୋମପାଟଣାଠାରେ ୭୯ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଆଗାମୀ ୨୪ ଘଣ୍ଟାରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ ବାତ୍ୟା ନେଇ ଆଇଏମଡି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ । ଅନ୍ୟପଟେ ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ସଲଗ୍ନ ଦକ୍ଷିଣ-ପୂବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ କାରଣରୁ ଗତକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଛି। ଆଜି ମଧ୍ୟ ଏକାଧିକ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରି ଆଞ୍ଚଳିକ ପାଣିପାଗ କେନ୍ଦ୍ର। Post navigation PM Modi celebrates Diwali: ଆଇଏନଏସ ବିକ୍ରାନ୍ତରେ ଯବାନଙ୍କ ସହ ଦୀପାବଳି ପାଳନ କଲେ ପ୍ରଧାନମନ୍ତ୍ରୀ ମୋଦି Nuapada Bypoll: ଶେଷ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା