ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନେ ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ତାଙ୍କର ଘନିଷ୍ଠ ସହଯୋଗୀ ମଦନ ଦଳାଇ, ବରହମପୁରର ପୂର୍ବତନ ମେୟର ଶିବ ଶଙ୍କର ଦାସ ଓରଫ୍ ପିଣ୍ଟୁ ଦାସ, କର୍ପୋରେଟର ମଳୟ ବିଷୋୟୀ, ଛାତ୍ରନେତା ଯୋଗୀ ରାଉତ, ରାଜେନ୍ଦ୍ର ସାହୁ ଓ କାଳିଆ ଭୂୟାଁଙ୍କୁ ଗିରଫ ହୋଇଛନ୍ତି । ଏହି ମାମଲାରେ ମୋଟ ୧୨ ଜଣଙ୍କୁ ଗିରଫ କରାଯାଇଛି ପୋଲିସ। ସମସ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପରେ ବ୍ରହ୍ମପୁର ଏସଡିଜେଏମ୍ କୋର୍ଟରେ ହାଜର କରାଯାଇଛି । 

ଗତକାଲି ରାତିରେ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇଥିଲା ପୋଲିସ । ଗଜପତିନଗରସ୍ଥିତ ତାଙ୍କ ବାସଭବନରୁ ତାଙ୍କୁ ଉଠାଇ ଆଣି ରାତିସାରା ଜେରା ଚାଲିଥିଲା । ଏହି ମାମଲାରେ ବ୍ରହ୍ମପୁର ପୁଲିସ ୧୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ତେବେ କୌଣସି ଆନୁଷ୍ଠାନିକ ସୂଚନା ଦିଆଯାଇନାହିଁ । ଆଜି ବ୍ରହ୍ମପୁର ଏସପି ସାମ୍ବାଦିକ ସମ୍ମିଳନୀରେ ସବିଶେଷ ତଥ୍ୟ ପ୍ରଦାନ କରିବେ ।

ବିଜେପି ନେତା ଓ ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟା ଘଟଣାର ୧୭ ଦିନ ପରେ ୧୨ ଜଣଙ୍କୁ ଗିରଫ କରିଛି ପୁଲିସ୍ ।  ଗତ ୬ ତାରିଖ ରାତିରେ ପୀତବାସ ପଣ୍ଡା ଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। କୁମାର ପୂର୍ଣ୍ଣିମା ରାତିରେ ପୀତବାସ ପଣ୍ଡାଙ୍କୁ ତାଙ୍କ ବାସଭବନ ନିକଟରେ ହିଁ ଦୁଇ ଜଣ ଦୁର୍ବୃତ୍ତ ବାଇକରେ ଆସି ଗୁଳି କରିଥିଲେ । ଦୁଇ ଜଣ ଦୁର୍ବୃତ୍ତ ବାଇକରେ ଆସି ପଏଣ୍ଟ ବ୍ଲାଙ୍କରୁ ଛାତିକୁ ଗୁଳି କରିଥିଲେ । ଫଳରେ ପୀତବାସଙ୍କର ମୃତ୍ୟୁ ହୋଇଥିଲା ।

Leave a Reply

Your email address will not be published. Required fields are marked *