ଭୀଷଣ ବାତ୍ୟା ‘ମୋନ୍ଥା’ ଆନ୍ଧ୍ରପ୍ରଦେଶ ଉପକୂଳ ମଚ୍ଛଲିପଟ୍ଟନମ୍ ଓ କଳିଙ୍ଗପଟନମ୍ ମଧ୍ୟରେ କାକିନଡ଼ା ପାଖରେ ୨୮ ତାରିଖ ସନ୍ଧ୍ୟା ଏବଂ ରାତ୍ରି ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୯୦ ରୁ ୧୦୦ କିମି ରହିବାର ସମ୍ଭାବନା ରହିଛି । ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୧୦ କିମି ବେଗରେ ବହିବ ପବନ । ଏହାର ପ୍ରଭାବରେ ଓଡ଼ିଶାରେ ୨୮ ଓ ୨୯ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାରେ ୬୦ ରୁ ୭୦ କିମି ବେଗରେ ପବନ ବହିବ ଏବଂ ଉପକୂଳବର୍ତ୍ତୀ ପୁରୀ, ଖୋର୍ଦ୍ଧା, କନ୍ଧମାଳରେ ୫୦ ରୁ ୭୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । କାଲିଠୁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ୩୦ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ । କହିରଖୁଛୁ ଯେ, ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ଏହା ଏବେ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୧୦୪୦ କିମି ଏବଂ ବିଶାଖାପାଟନମଠାରୁ ଦକ୍ଷିଣପୂର୍ବ ଦିଗରେ ୯୯୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି । Post navigation Cyclone Montha: ସମ୍ଭାବ୍ୟ ବାତ୍ୟା ପାଇଁ ଜରୁରୀକାଳୀନ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଛୁଟି ବାତିଲ Satish Shah Dies At 74: ହାସ୍ୟ ଅଭିନେତା ସତୀଶ ଶାହଙ୍କ ପରଲୋକ