ବାତ୍ୟା ପାଇଁ ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ ହୋଇଛି। ସାମ୍ଭାବ୍ୟ ବାତ୍ୟା ମୋନ୍ଥା’ କୁ ଦୃଷ୍ଟି ରେ ରଖି ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଚିଲିକା ଭିତରକୁ ଡଙ୍ଗା ଚଳାଚଳ ବନ୍ଦ କରାଯାଇଛି। ଯାତ୍ରୀବାହୀ ଡଙ୍ଗା ଓ ମାଛଧରା ଡଙ୍ଗା ଚଳାଚଳକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଡଙ୍ଗା ଓ ମେସିନକୁ ସୁରକ୍ଷିତ ସ୍ଥାନରେ ରଖିବାକୁ ମତ୍ସ୍ୟଜୀବୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଯେଉଁମାନେ ଚିଲିକା ଭିତରେ ଅଛନ୍ତି ଆଜି ସୁଧା ଫେରି ଆସିବାକୁ ଅନୁରୋଧ କରାଯାଇଛି । ଜିଲ୍ଲା ମତ୍ସ୍ୟ ବିଭାଗ ଅଧିକାରୀଙ୍କ ପକ୍ଷରୁ ଡାକବାଜି ଯନ୍ତ୍ରରେ ସତର୍କ କରାଯାଉଛି। ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’କୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶକୁ ରେଡ୍ ଓ୍ୱାର୍ଣ୍ଣିଂ। ବାତ୍ୟା ପାଇଁ ରାଜ୍ୟ ସରକାର ବିଭିନ୍ନ ବିଭାଗକୁ ଏଥିପାଇଁ ସତର୍କ କରାଇଛନ୍ତି। ସ୍ବତନ୍ତ୍ର ରିଲିଫ କମିସନର ପକ୍ଷରୁ ନେଇ ପ୍ରସ୍ତୁତି ଜାରି ରହିଛି। ସେହିପରି ଜଳ ସମ୍ପଦ ବିଭାଗ ମଧ୍ୟ ନିଜର ଅଧିକାରୀମାନଙ୍କୁ ସତର୍କ ଓ ପ୍ରସ୍ତୁତ ରହିବାକୁ କହିଛି। ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେଉଛି। ଏହା କେଉଁ ଅଞ୍ଚଳରେ ଲ୍ୟାଣ୍ଡଫ୍ଲ କରିବ ସେନେଇ କୁହାଯାଇ ନାହିଁ। କିନ୍ତୁ ବାତ୍ୟାର ପ୍ରଭାବରେ ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଏବଂ ଓଡ଼ିଶାର ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। Post navigation CycloneMontha: ବାତ୍ୟା ପ୍ରଭାବିତ ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନବାଡ଼ି Maoist: ଛତିଶଗଡ଼ରେ ଆତ୍ମସମର୍ପଣ କଲେ ୨୧ କ୍ୟାଡର୍ ମାଓବାଦୀ