ବହୁ ଚର୍ଚ୍ଚିତ ଓଡ଼ିଶା ପୋଲିସ ସବ୍ ଇନ୍ସପେକ୍ଟର ନିଯୁକ୍ତି ଘଟଣାର ସିବିଆଇ ତଦନ୍ତ ଦାବି ପ୍ରସଙ୍ଗରେ ସିବିଆଇ ତଦନ୍ତ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କଲେ ସରକାର । ଏନେଇ ହାଇକୋର୍ଟଙ୍କୁ ଅବଗତ କଲେ AG ପୀତାମ୍ବର ଆଚାର୍ଯ୍ୟ । ସିବିଆଇ ତଦନ୍ତ ଦାବିରେ ଦାୟର ହୋଇଥିଲା ଜନସ୍ୱାର୍ଥ ମାମଲା । ଏହା ହାଇକୋର୍ଟ ରୁଜୁ ହୋଇଥିବା ଏ ସମ୍ପର୍କିତ ମାମଲାର ଶୁଣାଣି ଶେଷ ହୋଇଛି । ଏସଆଇ ପରୀକ୍ଷା ଦୁର୍ନୀତିର ସିବିଆଇ ତଦନ୍ତ ପାଇଁ ଆଇନଜୀବୀ ଶିବଶଙ୍କର ମହାନ୍ତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଆଜି ଶୁଣାଣି ବେଳେ ସରକାରଙ୍କ ପକ୍ଷ ରଖୁଥିବା ସଲିସିଟର ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଆଭାସୀ ମାଧ୍ୟମରେ ଯୋଡ଼ି ହୋଇଥିଲେ । ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିବା ନେଇ ସିଲିସିଟର୍ ଜେନେରାଲ କୋର୍ଟଙ୍କ ଅବଗତ କରାଇଥିଲେ । ସିବିଆଇ ତଦନ୍ତ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇସାରିଥିବାରୁ ହାଇକୋର୍ଟ ମାମଲାକୁ ବନ୍ଦ କରିଛନ୍ତି । ସୂଚନାଯୋଗ୍ୟ ଯେ ଓଡିଶା ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସିଆଇଡିକୁ ଦିଆଯାଇଛି। ଏହି ଦୁର୍ନୀତିର ଚେର ଆନ୍ଧ୍ର ପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇ ପାରେ ବୋଲି ତଦନ୍ତରୁ ଜଣା ପଡ଼ିଛି । ଏହା ସହିତ ଏହି ଦୁର୍ନୀତିରେ ଆନ୍ତଃରାଜ୍ୟ ଅପରାଧୀ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି । Post navigation SIR In India: ୨ୟ ପର୍ଯ୍ୟାୟରେ ୧୨ ରାଜ୍ୟରେ ଏସ୍ଆଇଆର୍ Nuapada ByElection: ପ୍ରଭାତୀ ପରିଡ଼ାଙ୍କ ‘ବାପ ଘର ପର, ମାମୁଁ ଘର ସାତ ପର’ ମନ୍ତବ୍ୟ: କଡ଼ା ଜବାବ୍ ଦେଇ ବର୍ଷା ସିଂ ବରିହା