Odisha CM Reviews Cyclone Montha Situation
ବାତ୍ୟା ‘ମୋନ୍ଥା’ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କୁ ନେଇ ଆଜି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଲୋକସେବା ଭବନରେ ବାତ୍ୟା ମୁକାବିଲା ସମୀକ୍ଷା କରିଛନ୍ତି । ବାତ୍ୟା ମୁକାବିଲାକୁ ନେଇ ବରିଷ୍ଠ ଅଧିକାରୀ ଓ ଜିଲ୍ଲା ପ୍ରଶାସନଙ୍କ ସହ ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି ।
 
ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର, ଏସ୍‌ଆର୍‌ସି ଉପସ୍ଥିତ ଥିଲେ ।
 
ପାଣିପାଗ ବିଜ୍ଞାନୀ, ଜଳସମ୍ପଦ ସଚିବ, ପୋଲିସ ଓ ଅଗ୍ନିଶମ ଡିଜିଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀ ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ । ବାତ୍ୟା ଯୋଗୁଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳ ମାନେ ମଧ୍ୟ ଭିସିରେ ଯୋଗ ଦେଇଥିଲେ ।
Odisha CM Reviews Cyclone Montha Situation
 
‘ମୋନ୍ଥା’କୁ ଦୃଷ୍ଟିରେ ରଖି ଏହାର ମୁକାବିଲା ପାଇଁ ଓଡ଼ିଶା ସରକାର ବିଶେଷକରି ଦକ୍ଷିଣ ଓଡ଼ିଶାର ୮ଟି ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି କରିଛନ୍ତି । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ଗଞ୍ଜାମ ।
 
ଜିଲ୍ଲାରେ ଓଡ୍ରାଫ ଓ ଏନଡିଆରଏଫ ଟିମକୁ ମୁତୟନ କରାଯିବା ସହ ବିପଦଶଙ୍କୁଳ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି ।
 
ରାଜ୍ୟର ବିଭିନ୍ନ ସ୍ଥାନରେ ବାତ୍ୟା ପ୍ରଭାବରେ ବର୍ଷା ଆରମ୍ଭ ହୋଇଯାଇଛି । ବାତ୍ୟାର ମୁକାବିଲା କରିବା ପାଇଁ ବିଭିନ୍ନ ଜିଲ୍ଲାରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିଛି । ପ୍ରତି ବ୍ଲକରେ ହେଲ୍ପ ଡେସ୍କ ଖୋଲିଛି । ଏହା ସହିତ ପ୍ରଶାସନ ପକ୍ଷରୁ ଟୋଲ୍‌ ଫ୍ରି ନମ୍ବର ଜାରି କରାଯାଇଛି । ତେବେ ଏବେ ଭୀଷଣ ବାତ୍ୟା ରୂପ ନେଇ ସାରିଛି ବାତ୍ୟା ମୋନ୍ଥା । ଆଜି ରାତି ସୁଦ୍ଧା ଆନ୍ଧ୍ରର କାକିନାଡ଼ା ଅତିକ୍ରମ କରିପାରେ ବୋଲି ଅନୁମାନ କରାଯାଉଛି ।

By Nirvay

Leave a Reply

Your email address will not be published. Required fields are marked *