ଆସନ୍ତା ମାର୍ଚ୍ଚ ୮ ତାରିଖରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ସୂଚନା ଦେଇଛନ୍ତି । ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା । ଆଜିଠାରୁ ସୁଭଦ୍ରା ପୋର୍ଟାଲରେ ଆବେଦନ କରିପାରିବେ ହିତାଧିକାରୀ । ମାସେ ପର୍ଯ୍ୟନ୍ତ ସୁଭଦ୍ରା ପୋର୍ଟାଲରେ ହିତାଧିକାରୀ ଆବେଦନ କରିପାରିବେ । ତେବେ ନୂଆପଡ଼ାରେ ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ସେଠାରେ ସୁଭଦ୍ରା ପୋର୍ଟାଲ୍ ଖୋଲିବ ନାହିଁ । ସୂଚନାଥାଉ କି, ୨୦୨୫ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୨୧ ବର୍ଷ ବୟସ ହୋଇଥିବା ମହିଳାମାନେ ସରକାରଙ୍କ ଏହି ଯୋଜନାରେ ସାମିଲ ହେବା ପାଇଁ ଆବେଦନ କରିପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ନୂଆ ଆବେଦନକାରୀମାନେ ଯୋଗ୍ୟ ବିବେଚିତ ହେଲେ ଆସନ୍ତା ମାର୍ଚ୍ଚ ୮, ୨୦୨୬ ତାରିଖରେ ସେମାନଙ୍କୁ ସୁଭଦ୍ରା କିସ୍ତି ମିଳିବ । Post navigation Olive Ridley Turtle: ଆଜିଠୁ ୭ ମାସ ନଦୀ ମୁହାଣ ଓ ସମୁଦ୍ରରେ ମାଛଧରା ନିଷେଧ