ଆଜି ରାଜ୍ୟରେ ରାଜସ୍ୱ ନିରୀକ୍ଷକ ଓ ଅମିନ ପରୀକ୍ଷା ଅନୁଷ୍ଠିତ ହେଉଛି । ହେଲେ ଆରମ୍ଭରୁ ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ ଦେଖାଦେଇଛି । ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ହେବା ଦ୍ୱାରା ପରୀକ୍ଷାର୍ଥୀମାନେ ବିଳମ୍ବରେ କେନ୍ଦ୍ର ଭିତରକୁ ଯାଇଛନ୍ତି । ଆଜି ଆରଆଇ ଓ ଅମିନ ପାଇଁ ଅନଲାଇନ୍ ପରୀକ୍ଷା ଥିଲା । ସକାଳ ୮ଟାରେ ପ୍ରଥମ ସିଟିଂ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ପରୀକ୍ଷାର୍ଥୀମାନେ ୭ ଟା ୩୦ରେ ପରୀକ୍ଷା କେନ୍ଦ୍ର ଭିତରକୁ ପ୍ରବେଶ କରିବାର ଥିଲା । କିନ୍ତୁ ସର୍ଭର ଡାଉନ୍ ହେବା ଦ୍ୱାରା ପରୀକ୍ଷାର୍ଥୀମାନେ ପ୍ରାୟ ଏକ ଘଣ୍ଟା ବିଳମ୍ବରେ କେନ୍ଦ୍ର ଭିତରକୁ ଯାଇଥିଲେ । ସୂଚନା ଅନୁଯାୟୀ, ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର, ଚନ୍ଦ୍ରଶେଖରପୁର, ପଟିଆ, ନୟାପଲ୍ଲୀ, ପୁରୀର କାକଟପୁର, ବ୍ରହ୍ମପୁର ଆଦି ସ୍ଥାନରେ ହୋଇଥିବା କେନ୍ଦ୍ରରେ ଏଭଳି ସମସ୍ୟା ଦେଖାଯାଇଛି । ଯାହାକୁ ନେଇ ପରୀକ୍ଷାର୍ଥୀ ଏବଂ ଅଭିଭାବକମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ପୂର୍ବରୁ ମଧ୍ୟ ଆରଆଇ, ଅମିନ ପରୀକ୍ଷାରେ ବ୍ୟାପକ ବିଭ୍ରାଟ ହୋଇଥିଲା । Post navigation Congress Manifesto: ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଇସ୍ତାହାର ପ୍ରକାଶ Indian Road Congress: ଆଜିଠୁ ରୋଡ୍ କଂଗ୍ରେସ ମହାକୁମ୍ଭ ଆରମ୍ଭ